ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି (ସୋମବାର) ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଏହି ସମୟରେ ସେ ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ସାଂସଦମାନଙ୍କ ସହ ସାକ୍ଷାତ କରିବେ।
ଯାହା ସ୍ମରଣୀୟ, ୫ ସେପ୍ଟେମ୍ବରରେ ମାତ୍ରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଥିଲେ। ସେହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ମନୋହର ଲାଲ୍ ଖଟ୍ଟରଙ୍କୁ ଭେଟିଥିଲେ।
ସେହି ଗସ୍ତରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିକାଶ ପରିକଳ୍ପନା, ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟରେ କେନ୍ଦ୍ର ସରକାରୀ ମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ।