ଯାଜପୁର: ଏକ ଦୁଃଖଦ ଘଟଣାକ୍ରମେ ଯାଜପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥର ବରଦା ଛକ ନିକଟରେ ଏକ ବୋଲେରୋ ଗାଡ଼ି ଛିଡ଼ା ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେବା ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି।

ବୋଲେରୋଟି ବିବାହ ଭୋଜିରୁ ଯାତ୍ରୀଙ୍କୁ ନେଇ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନା (SCB) କୁ ସ୍ଥାନାନ୍ତର କରାଯାଇଛି। ଦୁଇଟି ଶିଶୁ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।

ମୃତକମାନେ ହେଲେ କାନ୍ଦା ପୂର୍ତ୍ତି, ନମିତା ନାୟକ, ଗୀତା ପୂର୍ତ୍ତି, ବାଲମା ମୁଣ୍ଡା ଓ ମାଳତୀ ମୁଣ୍ଡା। ମୁଖ୍ୟମନ୍ତ୍ରୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।