ପୁରୀ: ଆସନ୍ତାକାଲି, ବୁଧବାର (୧୨ ତାରିଖ) ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ, ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ପ୍ରାୟ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ସମ୍ପନ୍ନ କରାଯିବ।

ସନ୍ଧ୍ୟା ୭ଟା ପରେ ଦର୍ଶନ

ଚିତାଲାଗି ନୀତି ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ପୁଣିଥରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସ୍ପଷ୍ଟ କରିଛି। ତେଣୁ ବୁଧବାର ପୁରୀ ଯାଉଥିବା ଶ୍ରଦ୍ଧାଳୁମାନେ ଦର୍ଶନ ସମୟକୁ ଧ୍ୟାନରେ ରଖି ଶ୍ରୀମନ୍ଦିର ଯିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।