ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଅଗଷ୍ଟ ୨୯: ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି ହୋଇଛି।

ଅଗଷ୍ଟ ୩୦: ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ‘ଅରେଞ୍ଜ ୱାର୍ଣ୍ଣିଂ’ ରହିଛି। ଅନ୍ୟାନ୍ୟ ଅଧିକାଂଶ ଜିଲ୍ଲା ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି ହୋଇଛି।

ଅଗଷ୍ଟ ୩୧ (ରେଡ୍ ୱାର୍ଣ୍ଣିଂ):ମୟୂରଭଞ୍ଜ ଜିଲ୍ଲା ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି। ଏହାବାଦ୍ ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ‘ଅରେଞ୍ଜ ୱାର୍ଣ୍ଣିଂ’ରେ ରଖାଯାଇଛି।

ସେପ୍ଟେମ୍ବର ୧: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଏବଂ ବାଲେଶ୍ୱର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ପାଇଁ ‘ୟେଲୋ ୱାର୍ଣ୍ଣିଂ’ ରହିଛି।

ସେପ୍ଟେମ୍ବର ୨ ରୁ ୪: ସେପ୍ଟେମ୍ବର ୨ ଓ ୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସେପ୍ଟେମ୍ବର ୪ ତାରିଖ ପାଇଁ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ପବନ ବହିବାର ସମ୍ଭାବନା ଥିବାରୁ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।