ଭୁବନେଶ୍ୱର: ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ ରାଜ୍ୟର ୧୭ଶ ବିଧାନସଭାର ୭ମ ଅଧିବେଶନ। ଅଧିବେଶନ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏନେଇ ଗୁରୁବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁସାରେ, ଏହି ଅଧିବେଶନରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏଥିରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସ ରହିଛି।
୩ ଦିନ ବନ୍ଦ ରହିବ ଗୃହକାର୍ଯ୍ୟ
ସରକାରୀ ଛୁଟି ଯୋଗୁଁ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ବିଧାନସଭାର ଗୃହକାର୍ଯ୍ୟ ହେବ ନାହିଁ। ସେହିପରି ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ଅବସରରେ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ।




