ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପଶ୍ଚିମ ଦିଗରେ ଅଗ୍ରସର ହେଉଛି। ଏହା ଆଜି (ବୁଧବାର) ରାତି ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ର ସୂଚନାନୁସାରେ, ଏହି ନିୟନ୍ତ୍ରଣ ପ୍ରଣାଳୀ ଉପରେ କ୍ରମାଗତ ନଜର ରଖାଯାଇଛି।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଗତ ସେପ୍ଟେମ୍ବର ୨୨ ତାରିଖ ରାତି ୧୧:୩୦ ସୁଦ୍ଧା ଏହି ଗଭୀର ଅବପାତଟି ଅକ୍ଷାଂଶ ୧୮.୦° ଉତ୍ତର ଏବଂ ଦ୍ରାଘିମା ୮୫.୦° ପୂର୍ବ ନିକଟରେ କେନ୍ଦ୍ରୀଭୂତ ଥିଲା।
ଏହାର ସାମ୍ପ୍ରତିକ ସ୍ଥିତି:
- ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ୍ଠାରୁ ପ୍ରାୟ ୧୦୦ କିଲୋମିଟର ପୂର୍ବ-ଦକ୍ଷିଣପୂର୍ବରେ।
- ଓଡ଼ିଶାର ଗୋପାଳପୁରଠାରୁ ୧୫୦ କିଲୋମିଟର ଦକ୍ଷିଣରେ।
- ପୁରୀଠାରୁ ୨୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମରେ।
- ବିଶାଖାପାଟଣାଠାରୁ ୧୮୦ କିଲୋମିଟର ପୂର୍ବ-ଉତ୍ତରପୂର୍ବରେ କେନ୍ଦ୍ରୀଭୂତ ରହିଛି।
ଗତ ୬ ଘଣ୍ଟା ମଧ୍ୟରେ ଏହି ପ୍ରଣାଳୀ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ପଶ୍ଚିମ ଦିଗରେ ଗତି କରିଛି।
IMD ର ପୂର୍ବାନୁମାନ ଅନୁଯାୟୀ, ଏହା କ୍ରମାଗତ ଭାବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୦୨୬ ସେପ୍ଟେମ୍ବର ୨୩ (ଆଜି) ରାତିରେ କଳିଙ୍ଗପଟ୍ଟନମ୍ ନିକଟବର୍ତ୍ତୀ ବିଶାଖାପାଟଣା ଓ ଗୋପାଳପୁର ମଧ୍ୟବର୍ତ୍ତୀ ଉପକୂଳକୁ ଗଭୀର ଅବପାତ ରୂପରେ ଅତିକ୍ରମ କରିବ।
ସ୍ଥଳଭାଗ ଛୁଇଁବା ସମୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୫୫ ରୁ ୬୫ କିଲୋମିଟର ଏବଂ ଝଟକା ପବନର ବେଗ ୭୫ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସରକ୍ଷାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।




