ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଓ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି, ବଜ୍ରପାତ ସହ ପ୍ରବଳ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଖରାପ ପାଣିପାଗକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବିଶେଷ କରି ଘଡ଼ଘଡ଼ି ଏବଂ ବଜ୍ରପାତ ସମୟରେ ଖୋଲା ସ୍ଥାନ କିମ୍ବା ଗଛ ତଳେ ଆଶ୍ରୟ ନନେବା ପାଇଁ ସୂଚନା ଦିଆଯାଇଛି।

ଏଥିସହିତ, କାଳବୈଶାଖୀ କିମ୍ବା ବଜ୍ରପାତ ଆଶଙ୍କା ଥିବା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଏବଂ ଆବଶ୍ୟକ ନଥିଲେ ବାହାରକୁ ନଯିବାକୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।