ଭୁବନେଶ୍ୱର, ୨୩ ଅଗଷ୍ଟ: ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ମୌସୁମୀ ବର୍ଷା ଚାଲିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ଯେ, ୨୭ ଅଗଷ୍ଟ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବ।
ରବିବାର ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ସେହିପରି ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ମୟୂରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିପାଇଁ ବଜ୍ରପାତ ସତର୍କତା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ଜାରି କରାଯାଇଛି।