ଭୁବନେଶ୍ୱର, ୮/୧୦: ଆସନ୍ତା ଦୀପାବଳି ପର୍ବ ଉପଲକ୍ଷେ ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଜି ସନ୍ଧ୍ୟାରେ ସେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଯାଇ ତାଙ୍କୁ ଉପହାର ପ୍ରଦାନ କରି ଦୀପାବଳି ଶୁଭେଚ୍ଛା ଜଣାଇଥିଲେ।
ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଧର୍ମପତ୍ନୀ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ। ସେହି ସମୟରେ ଉଭୟ ନେତା ରାଜ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଓ ସରକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ମତବିନିମୟ କରିଥିଲେ।