ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ସେପ୍ଟେମ୍ବର ୨୮ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କରାଯାଇଛି।

ପାଣିପାଗ ବିଭାଗ ସୂଚନାନୁସାରେ, ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ଏହିକାରଣରୁ ୨୬ ସେପ୍ଟେମ୍ବର ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଏହାସହିତ, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ନୂଆ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି।

ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ଅକ୍ଟୋବର ୧ ଓ ୨ରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସହିତ ୫୦-୬୦ କିମି ବେଗରେ ପବନ ବହିପାରେ।