ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟ ପାଇଁ ଏକ ନୂଆ ନ୍ୟାୟିକ ଅଧ୍ୟାୟ ଆରମ୍ଭ ହେଉଛି। କର୍ଣ୍ଣାଟକ ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଦୀକ୍ଷିତ କୃଷ୍ଣ ଶ୍ରୀପାଦ ଏବେ ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ।

ଭାରତୀୟ ସମ୍ବିଧାନର ଧାରା 222(1) ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ବିଚାରପତିଙ୍କ ପରାମର୍ଶରେ ଏହି ନିଷ୍ପତ୍ତି ନେଇଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏକ ସରକାରୀ ବିଜ୍ଞପ୍ତି ମଧ୍ୟ ପ୍ରକାଶିତ କରାଯାଇଛି।