ଭୁବନେଶ୍ୱର: ଓଡ଼ିଶାର ୭ଟି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ତିନି ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ପବନ ହେବାର ସମ୍ଭାବନା ରହିଛି।ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା:ଭୁବନେଶ୍ୱର: ଓଡ଼ିଶାର ୭ଟି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ତିନି ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ପବନ ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଟକ, ନୂଆପଡ଼ା, ଗଞ୍ଜାମ, ପୁରୀ ଏହି ସମୟ ମଧ୍ୟରେ କେତେକ ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ବଜ୍ରପାତରୁ ରକ୍ଷା ପାଇବା ପାଇଁ ପାଣିପାଗ ବିଭାଗ ଲୋକଙ୍କୁ ସତର୍କ ରହିବାକୁ ଅନୁରୋଧ କରିଛି। ଖରାପ ପାଣିପାଗ ସମୟରେ ଖୋଲା ସ୍ଥାନକୁ ନ ଯାଇ ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।




