ଭୁବନେଶ୍ୱର: କିଛି ଦିନର ଶୁଖିଲା ପାଗ ପରେ ଓଡ଼ିଶାରେ ପୁଣିଥରେ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି, ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ସହିତ ରାତିର ତାପମାତ୍ରା ମଧ୍ୟ ହ୍ରାସ ପାଇବ।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ନଭେମ୍ବର ୧୩ ତାରିଖ ଆଖପାଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ঘନୀଭୂତ ହୋଇପାରେ।
ଆଗାମୀ ୩ ଦିନ ପାଇଁ ପାଣିପାଗ ପୂର୍ବାନୁମାନ:
ନଭେମ୍ବର ୧୦: ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରୋ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।
ନଭେମ୍ବର ୧୧: ମୟୂରଭଞ୍ଜ, କେନ୍ଦୁଝର ଏବଂ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ।
ନଭେମ୍ବର ୧୨: ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି ରହିବ।
ଅନ୍ୟପକ୍ଷରେ, ବର୍ଷା ସହିତ ରାଜ୍ୟରେ ତାପମାତ୍ରା ମଧ୍ୟ ପରିବର୍ତ୍ତନ ହେବ। ଆଗାମୀ ଦିନରେ ରାତିର ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ କମିବ ବୋଲି ଆକଳନ କରାଯାଇଛି।




