ଭୁବନେଶ୍ୱର: କଟକର SCB Medical College and Hospital ରେ ଗତ ୧୬ ତାରିଖରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଘଟଣା ପରେ ରାଜ୍ୟ ସରକାର ପକ୍ଷରୁ କଠୋର ପଦକ୍ଷେପ ନିଆଯାଇଛି। ଘଟଣାରେ କାର୍ଯ୍ୟରେ ଅବହେଳା ଦେଖାଯାଇଥିବା ଅଭିଯୋଗରେ ମୁଖ୍ୟମନ୍ତ୍ରୀ Mohan Charan Majhi ଙ୍କ ନିର୍ଦ୍ଦେଶରେ ଚାରିଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।
ନିଲମ୍ବିତ ଅଧିକାରୀମାନେ ହେଲେ ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା, ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା, ଏସସିବିର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଓ ଜି.ଇ.ଡି ଅନ୍ତର୍ଗତ ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ।
ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍ ଗଠନ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ Narendra Modi ସହ ଟେଲିଫୋନରେ ଆଲୋଚନା କରି ସମଗ୍ର ପରିସ୍ଥିତି ବିଷୟରେ ଅବଗତ କରାଇଥିବା ସୂଚନା ମିଳିଛି।
ମୁଖ୍ୟମନ୍ତ୍ରୀ ଘଟଣା ପରଦିନ ସକାଳୁ ନିଜେ ଘଟଣାସ୍ଥଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଥିଲେ ଏବଂ ପ୍ରଭାବିତମାନଙ୍କୁ ସମସ୍ତ ପ୍ରକାରର ସରକାରୀ ସହାୟତା ଯୋଗାଇବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।
ସରକାର ପକ୍ଷରୁ ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ମଧ୍ୟ ଆରମ୍ଭ ହୋଇଛି। ଏହି ସମୟରେ ସମସ୍ତ ସମ୍ପୃକ୍ତ ବିଭାଗ ସମନ୍ୱୟର ସହ କାର୍ଯ୍ୟ କରୁଥିବା ସୂଚନା ମିଳିଛି।





